ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

0

ଭୁବନେଶ୍ୱର, ୮ ଜୁନ୍ ୨୦୨୪: ଭାରତୀୟ ଗଣମାଧ୍ୟମ ଜଗତର ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ ମିଡିଆ ସହ ଜଡ଼ିତ ବ୍ୟକ୍ତିମାନେ ଏକାଠି ହୋଇ ଶନିବାର ସନ୍ଧ୍ୟାରେ ଦିବଙ୍ଗତ ଆତ୍ମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଭୁବନେଶ୍ୱର ଜୟଦେବ ଭବନ ସମ୍ମୁଖରେ ଗଣମାଧ୍ୟମର ବିଭିନ୍ନ ବିଭାଗରେ କାମ କରୁଥିବା ପ୍ରତିନିଧିମାନେ ଏକାଠି ହୋଇ ରାମୋଜୀ ରାଓଙ୍କ ଫଟୋରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି ଅବସରରେ ନୀରବ ପ୍ରାର୍ଥନା କରିବା ସହ ଭାରତୀୟ ଗଣମାଧ୍ୟମ ଓ ଚଳଚ୍ଚିତ୍ର ଜଗତକୁ ତାଙ୍କର ବିଶେଷ ଅବଦାନ ସମ୍ପର୍କରେ ଉପସ୍ଥିତ ବ୍ୟକ୍ତିମାନେ ସ୍ମରଣ କରିଥିଲେ।

ଏହି ପ୍ରାର୍ଥନା କାର୍ଯ୍ୟକ୍ରମରେ ରାମୋଜୀ ରାଓଙ୍କ ସହ ଅତୀତରେ କାମ କରିଥିବା ବରିଷ୍ଠ ଗଣମାଧ୍ୟମ ବ୍ୟକ୍ତିମାନଙ୍କ ସହ ବିଭିନ୍ନ ପ୍ରିଣ୍ଟ, ଇଲେକ୍ଟ୍ରୋନିକ୍, ଡିଜିଟାଲ ମିଡିଆର ପ୍ରତିନିଧିମାନେ ଯୋଗ ଦେଇଥିଲେ। ବିଭିନ୍ନ ଗଣମାଧ୍ୟମର ଫଟୋଗ୍ରାଫର ଓ ଭିଡିଓ ଜର୍ଣ୍ଣାଲିଷ୍ଟମାନେ ମଧ୍ୟ ଏହି ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଆଗାମୀ ଦିନରେ ଏହି ବଳିଷ୍ଠ ଗଣମାଧ୍ୟମ ବ୍ୟକ୍ତିତ୍ୱଙ୍କ ପାଇଁ ଏକ ବିଶେଷ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରିବାକୁ ଉପସ୍ଥିତ ବ୍ୟକ୍ତିମାନେ ପ୍ରସ୍ତାବ ଦେଇଛନ୍ତି। ଏ ବାବଦରେ କାର୍ଯ୍ୟକ୍ରମ ସ୍ଥିର କରି ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ଏଥିରେ ଯୋଗ ଦେବା ପାଇଁ ଅନୁରୋଧ କରାଯିବ ବୋଲି ବରିଷ୍ଠ ସାମ୍ବାଦିକ ନୀଳାମ୍ବର ରଥ ସୂଚନା ଦେଇଛନ୍ତି।

ଭାରତର ସିନେମା, ପ୍ରିଣ୍ଟ, ଟେଲିଭିଜନ ଏବଂ ଡିଜିଟାଲ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ତଥା ଈନାଡୁ, ଈଟିଭି ଏବଂ ଈଟିଭି ଭାରତ ଭଳି ପ୍ରମୁଖ ମିଡିଆର ପ୍ରତିଷ୍ଠାତା ଥିଲେ ରାମୋଜୀ ରାଓ। ଶନିବାର ଭୋର ସମୟରେ ହାଇଦ୍ରାବାଦଠାରେ ତାଙ୍କର ପରଲୋକ ହୋଇଛି। ଭାରତୀୟ ସିନେମା ଜଗତର ଜଣେ ପରିଚିତ ନିର୍ମାତା ଓ ପ୍ରଯୋଜକ ଥିଲେ ରାମୋଜୀ ରାଓ। ହିନ୍ଦୀ ଏବଂ ତେଲୁଗୁ ଭାଷାରେ ସେ ଅନେକ ସୁପରହିଟ୍ ସିନେମା ଦେଇଛନ୍ତି। ବିଶେଷକରି, ରାମୋଜୀ ଫିଲ୍ମ ସିଟି ଭଳି ଦେଶର ଏକ ଅଭିନବ ଫିଲ୍ମ ଷ୍ଟୁଡିଓ ପ୍ରତିଷ୍ଠା କରି ସେ ଆମ ସିନେ ଜଗତକୁ ଏକ ବହୁତ ବଡ଼ ଭେଟି ଦେଇଥିଲେ।

ଭାରତୀୟ ନ୍ୟୁଜ ମିଡିଆରେ ଏକ ନୂଆ ଯୁଗ ଆରମ୍ଭ କରିଥିଲେ ରାମୋଜୀ ରାଓ। ତେଲୁଗୁ ଭାଷାରେ ସେ ଈନାଡୁ ଭଳି ଏକ ବହୁ ସଂସ୍କରଣ ବିଶିଷ୍ଟ ପ୍ରଭାବଶାଳୀ ଖବରକାଗଜ ଠିଆ କରିଥିଲେ। ପରବର୍ତ୍ତୀ ସମୟରେ ଈନାଡୁ ନେଟୱର୍କ ଅଧୀନରେ ବିଭିନ୍ନ ଭାରତୀୟ ଭାଷାରେ ଟେଲିଭିଜନ ଚ୍ୟାନେଲ ଖୋଲି ସେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଥିଲେ। ଭାରତର ଆଞ୍ଚଳିକ ଟେଲିଭିଜନର ପ୍ରସାର କ୍ଷେତ୍ରରେ ଈଟିଭି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଉଭୟ ମନୋରଞ୍ଜନ ଏବଂ ସମ୍ବାଦ ପରିବେଷଣ କ୍ଷେତ୍ରରେ ଦେଶରେ ଏକ ବିପ୍ଲବ ଆଣିଥିଲା ଏହି ମିଡିଆ ନେଟୱର୍କ।

ଓଡ଼ିଶାର ଗଣମାଧ୍ୟମ ବିଶେଷକରି, ମନୋରଞ୍ଜନ ଏବଂ ନ୍ୟୁଜ ମିଡିଆ ଉଭୟର ପ୍ରସାର କ୍ଷେତ୍ରରେ ରାମୋଜୀ ରାଓଙ୍କ ଭୂମିକା ସ୍ମରଣୀୟ। ସେ ୨୦୦୨ ମସିହା ଜାନୁଆରୀ ୨୭ ତାରିଖରେ ପ୍ରଥମ ଓଡ଼ିଆ ୨୪ ଘଣ୍ଟିଆ ଘରୋଇ ସାଟେଲାଇଟ୍ ଚ୍ୟାନେଲ ଉପହାର ଦେଇଥିଲେ। ଈଟିଭି ଓଡ଼ିଆ ତିଆରି କରିଥିବା ଶହ ଶହ ନିର୍ଦ୍ଦେଶକ, ପ୍ରଯୋଜକ, କଳାକାର, ଟେକ୍ନିସିଆନ, ଆଙ୍କର ଏବଂ ସାମ୍ବାଦିକ ଆଜି ଓଡ଼ିଶାର ବିଭିନ୍ନ ଗଣମାଧ୍ୟମର କାର୍ଯ୍ୟ ପରିସରକୁ ସମୃଦ୍ଧ କରୁଛନ୍ତି।

Leave A Reply

Your email address will not be published.