ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ କଣ କହିଲେ ନବୀନ!

0

ଭୁବନେଶ୍ବର: ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ଜନତାଙ୍କୁ ସେମାନଙ୍କ ଆଶିର୍ବାଦ ପାଇଁ ଗଭୀର କୃତଜ୍ଞତା ଜ୍ଞାପନ କରୁଛି। ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା ଜାରି ରଖିବି। ପରାଜୟକୁ ସାଦରତା ସହ ଗ୍ରହଣ କରୁଛୁ।

ତେବେ କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ଗଣମାଧ୍ୟମ ପ୍ରଶ୍ନର ଉତ୍ତରରେ ନବୀନ କହିଥିଲେ, ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି ବୋଲି ପୁଣି ସ୍ପଷ୍ଟ କରିଛନ୍ତି ନବୀନ। କହିଲେ, ସେ ନିର୍ବାଚନ ଲଢ଼ି ନାହାନ୍ତି କି କୌଣସି ଦଳୀୟ ପଦବିରେ ନାହାନ୍ତି। ଜଣେ ଅଫିସର ଭାବେ ସେ ଭଲ କାମ କରିଛନ୍ତି । ଗତ ୧୦ ବର୍ଷ ଭିତରେ ଅନେକ କ୍ଷେତ୍ରରେ ସେ ନିଜର ପାରଦର୍ଶିତା ଦେଖାଇଛନ୍ତି। ମହାବତ୍ୟା ଠାରୁ ଆରମ୍ଭ କରି ମହାମାରୀ କୋଭିଡ ସମୟରେ ସେ ଭଲ କାମ କରିଥିବା ନବୀନ କହିଛନ୍ତି। ନବୀନ କହିଛନ୍ତି ସରକାରୀ ପଦରୁ ଇସ୍ତଫା ଦେଇ ପାଣ୍ଡିଆନ ମୋ ଦଳରେ ଯୋଗ ଦେଇ ପ୍ରଶଂସନୀୟ କାମ କରିଛନ୍ତି । ଏହ ସହ ପାଣ୍ଡିଆନଙ୍କୁ ଜଣେ ସଚ୍ଚୋଟ ବ୍ୟକ୍ତି ବୋଲି ନବୀନ କହିଛନ୍ତିା କୌଣସି ପଦରେ ନୁହେଁ ବରଂ ଦଳର ବିକାଶ ପାଇଁ ସେ ବିଜେଡିରେ ଯୋଗ ଦେଇଥିଲେ’ ବୋଲି ନବୀନ ସ୍ପଷ୍ଟ କରିଛନ୍ତି ।

Leave A Reply

Your email address will not be published.