ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

0

ଭୁବନେଶ୍ବର: ରାଜନୀତିରୁ ସନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଶ୍ରୀ ସାମନ୍ତଙ୍କ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। ଏହା ସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଶ୍ରୀ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ।

୨୦୧୯ ରେ ସେ ବିଜେଡି ଟିକେଟରେ କନ୍ଧମାଳ ଲୋକ ସଭା ଆସନରୁ ବିଜୟୀ ହୋଇଥିଲେ। ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ । ପରାଜିତ ହେବା ପରେ ଆଉ ରାଜନୀତି କରିବେ ନାହିଁ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ରାଜନୀତି ଛାଡିଲେ ମଧ୍ୟ ସମାଜ ସେବା ଜାରି ରଖିବେ ବୋଲି ଅଚ୍ୟୁତ କହିଛନ୍ତି। ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ଶ୍ରୀ ସାମନ୍ତ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଅଚ୍ୟୁତ ୨୦୧୮ ରେ ରାଜନୀତିରେ ପ୍ରବେଶ କରିଥିଲେ। ବିଜୁ ଜନତା ଦଳରେ ଯୋଗଦେବା ପରେ ସେହି ବର୍ଷ ବିଜେଡି ତାଙ୍କୁ ରାଜ୍ୟ ସଭା ପଠାଇଥିଲା। ୨୦୧୯ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକ ସଭା ପ୍ରାର୍ଥୀ ଭାବରେ ପାଖାପଖି ଏକ ଲକ୍ଷ ଭୋଟରେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ, ବିଜେପିର ଖାରବେଳ ସ୍ୱାଇଁଙ୍କୁ ପରାସ୍ତ କରି ୧୭ତମ ଲୋକ ସଭାର ସଭ୍ୟ ଭାବରେ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.