ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

0

ଭୁବନେଶ୍ବର: ରାଜନୀତିରୁ ସନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଶ୍ରୀ ସାମନ୍ତଙ୍କ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। ଏହା ସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଶ୍ରୀ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ।

୨୦୧୯ ରେ ସେ ବିଜେଡି ଟିକେଟରେ କନ୍ଧମାଳ ଲୋକ ସଭା ଆସନରୁ ବିଜୟୀ ହୋଇଥିଲେ। ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ । ପରାଜିତ ହେବା ପରେ ଆଉ ରାଜନୀତି କରିବେ ନାହିଁ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ରାଜନୀତି ଛାଡିଲେ ମଧ୍ୟ ସମାଜ ସେବା ଜାରି ରଖିବେ ବୋଲି ଅଚ୍ୟୁତ କହିଛନ୍ତି। ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ଶ୍ରୀ ସାମନ୍ତ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଅଚ୍ୟୁତ ୨୦୧୮ ରେ ରାଜନୀତିରେ ପ୍ରବେଶ କରିଥିଲେ। ବିଜୁ ଜନତା ଦଳରେ ଯୋଗଦେବା ପରେ ସେହି ବର୍ଷ ବିଜେଡି ତାଙ୍କୁ ରାଜ୍ୟ ସଭା ପଠାଇଥିଲା। ୨୦୧୯ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକ ସଭା ପ୍ରାର୍ଥୀ ଭାବରେ ପାଖାପଖି ଏକ ଲକ୍ଷ ଭୋଟରେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ, ବିଜେପିର ଖାରବେଳ ସ୍ୱାଇଁଙ୍କୁ ପରାସ୍ତ କରି ୧୭ତମ ଲୋକ ସଭାର ସଭ୍ୟ ଭାବରେ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.