ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

0

ନୂଆଦିଲ୍ଲୀ: ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ ଏବଂ ଓ୍ୱାର୍‌ ମେମୋରିଆଲରେ ପହଞ୍ଚିଥିଲେ। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଓ ସହିଦ ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.