ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

0

ନୂଆଦିଲ୍ଲୀ: ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ ଏବଂ ଓ୍ୱାର୍‌ ମେମୋରିଆଲରେ ପହଞ୍ଚିଥିଲେ। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଓ ସହିଦ ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.