ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ନେବେ ମୋଦୀ

0

ନୂଆଦିଲ୍ଲୀ : ଆଜି(ରବିବାର) ରାଷ୍ଟ୍ରପତି ଭବନରେ ସନ୍ଧ୍ୟା ୭ଟା ୧୫ ମିନିଟରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ କିଛି କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ଯୋଗ ଦେବା ପାଇଁ ଦେଶବିଦେଶରୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେବେ। ୬ ଜଣ ରାଷ୍ଟ୍ରମୁଖ୍ୟ ଶପଥ ସମାରୋହ ସାମିଲ ହେବେ।ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସମେତ ଶ୍ରୀଲଙ୍କା ରାଷ୍ଟ୍ରପତି, ମାଳଦୀପ ରାଷ୍ଟ୍ରପତି, ନେପାଳ, ଭୁଟାନ ଓ ମରିସସ୍ ରାଷ୍ଟ୍ର ମୁଖ୍ୟ ଭାରତ ଆସୁଛନ୍ତି

ସୂଚନାଯୋଗ୍ୟ, ଆଜି ରାଷ୍ଟ୍ରପତି ଭବନରେ କ୍ରମାଗତ ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ସମ୍ଭାଳିବେ ନରେନ୍ଦ୍ର ମୋଦୀ। ନବଗଠିତ ମନ୍ତ୍ରିମଣ୍ଡଳ ବି ଶପଥ ନେବ। ଉତ୍ସବରେ ସାମିଲ ହେବେ ୮ ହଜାରରୁ ଅଧିକ ଅତିଥି। ଯେଉଁ ଅତିଥିମାନେ ସାମିଲ ହେବେ ସେମାନେ ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ, ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୋଇଜୁ, ସିଚେଲସ ଉପରାଷ୍ଟ୍ରପତି ଅହମ୍ମଦ ଅଫିଫ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଯୁଗନାଥ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ, ଭୁଟାନ ପ୍ରଧାନମନ୍ତ୍ରୀ ସେରିଙ୍ଗ ତୋବଗାୟ।

ଶପଥଗ୍ରହଣ ଉତ୍ସବ ଲାଗି ଦିଲ୍ଲୀରେ ହାଇସିକ୍ଯୁରିଟି ବ୍ଯବସ୍ଥା କରାଯାଇଛି। ରାଜଧାନୀର ପ୍ରମୁଖ ହୋଟେଲ ଲୀଲା, ତାଜ, ଆଇଟିସି ମୌର୍ଯ୍ୟ, କ୍ଲାରିଜସ, ଓବରୟକୁ କଡା ସୁରକ୍ଷା ବଳୟରେ ରଖାଯାଇଛି ।

Leave A Reply

Your email address will not be published.