ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ନେବେ ମୋଦୀ

0

ନୂଆଦିଲ୍ଲୀ : ଆଜି(ରବିବାର) ରାଷ୍ଟ୍ରପତି ଭବନରେ ସନ୍ଧ୍ୟା ୭ଟା ୧୫ ମିନିଟରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହ କିଛି କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ଯୋଗ ଦେବା ପାଇଁ ଦେଶବିଦେଶରୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେବେ। ୬ ଜଣ ରାଷ୍ଟ୍ରମୁଖ୍ୟ ଶପଥ ସମାରୋହ ସାମିଲ ହେବେ।ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସମେତ ଶ୍ରୀଲଙ୍କା ରାଷ୍ଟ୍ରପତି, ମାଳଦୀପ ରାଷ୍ଟ୍ରପତି, ନେପାଳ, ଭୁଟାନ ଓ ମରିସସ୍ ରାଷ୍ଟ୍ର ମୁଖ୍ୟ ଭାରତ ଆସୁଛନ୍ତି

ସୂଚନାଯୋଗ୍ୟ, ଆଜି ରାଷ୍ଟ୍ରପତି ଭବନରେ କ୍ରମାଗତ ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଦାୟିତ୍ବ ସମ୍ଭାଳିବେ ନରେନ୍ଦ୍ର ମୋଦୀ। ନବଗଠିତ ମନ୍ତ୍ରିମଣ୍ଡଳ ବି ଶପଥ ନେବ। ଉତ୍ସବରେ ସାମିଲ ହେବେ ୮ ହଜାରରୁ ଅଧିକ ଅତିଥି। ଯେଉଁ ଅତିଥିମାନେ ସାମିଲ ହେବେ ସେମାନେ ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ, ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୋଇଜୁ, ସିଚେଲସ ଉପରାଷ୍ଟ୍ରପତି ଅହମ୍ମଦ ଅଫିଫ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ମରିସସ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଯୁଗନାଥ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ, ଭୁଟାନ ପ୍ରଧାନମନ୍ତ୍ରୀ ସେରିଙ୍ଗ ତୋବଗାୟ।

ଶପଥଗ୍ରହଣ ଉତ୍ସବ ଲାଗି ଦିଲ୍ଲୀରେ ହାଇସିକ୍ଯୁରିଟି ବ୍ଯବସ୍ଥା କରାଯାଇଛି। ରାଜଧାନୀର ପ୍ରମୁଖ ହୋଟେଲ ଲୀଲା, ତାଜ, ଆଇଟିସି ମୌର୍ଯ୍ୟ, କ୍ଲାରିଜସ, ଓବରୟକୁ କଡା ସୁରକ୍ଷା ବଳୟରେ ରଖାଯାଇଛି ।

Leave A Reply

Your email address will not be published.