ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ। ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ ଦଳ ବୈଠକ ବସିବ। ସେଠାରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ। ପୂର୍ବରୁ ସୂଚନା ମିଳିଥିଲା କି ୧୦ ତାରିଖରେ ବିଧାୟକ ଦଳ ବୈଠକ ହେବ। ଆଉ ସେଠାରେ ହିଁ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ। ସେହି ୧୦ ତାରିଖ ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ।

ଶପଥଗ୍ରହଣ ଉତ୍ସବ ପାଇଁ ଜନତା ମୈଦାନରେ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଏଯାଏଁ ବିଜେପି କାହାକୁ ମୁଖ୍ୟମନ୍ତ୍ରୀ କରିବ, ତାହା ସ୍ପଷ୍ଟ ହୋଇନାହିଁ। ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସସ୍ପେନ୍ସ ଲାଗି ରହିଥିବା ବେଳେ ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ନେତାଙ୍କ ବାୟୋଡାଟା ଯାଞ୍ଚ ଆରମ୍ଭ ହୋଇଛି। ମନ୍ତ୍ରୀ ହେବାର ଆଧାର ରହିଛି ନିର୍ମଳ ଭାବମୂର୍ତ୍ତି, ଅପରାଧିକ ପୃଷ୍ଠଭୂମି ନଥିବା, ପ୍ରଶାସନିକ ଦକ୍ଷତା, ଲୋକସଂପର୍କ ଆଧାରରେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ।

ମୁଖ୍ୟମନ୍ତ୍ରୀ ପଦ ପାଇଁ ଯେଉଁମାନଙ୍କ ନାଁ ଆଲୋଚନା ହେଉଛି, ସେମାନଙ୍କ ମଧ୍ୟରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ରହିଛନ୍ତି। କିନ୍ତୁ ଆଜି ଆସିଥିବା ସୂଚନା ଅନୁଯାୟୀ, ସମ୍ବଲପୁରରୁ ସାଂସଦ ଭାବେ ନିର୍ବାଚିତ ହୋଇଥିବା ଧର୍ମେନ୍ଦ୍ର ପ୍ରଧାନ ପୁଣି ଥରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ। ଆଜି ମନ୍ତ୍ରୀ ଭାବେ ଶପଥ ନେବା ପାଇଁ ଯେଉଁମାନଙ୍କ ପାଖକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫୋନ୍ ଯାଇଛି, ସେମାନଙ୍କ ମଧ୍ୟରେ ପ୍ରଧାନ ଧର୍ମେନ୍ଦ୍ର, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ମଧ୍ୟ ଅଛନ୍ତି ବୋଲି କୁହାଯାଉଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନେଇ ବିଜେପି କେନ୍ଦ୍ରୀୟ ନେତୃତ୍ୱ କିଛି ସର୍‌ପ୍ରାଇଜ୍‌ ବି ଦେଇପାରନ୍ତି ବୋଲି କୁହାଯାଉଛି।

ଅଭିଜ୍ଞତା ସଂପନ୍ନ ବିଧାୟକ ଭାବେ ହେଭିୱେଟ୍ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଥିବା ବେଳେ ନୂଆ ମୁହଁ ଭାବେ ଚର୍ଚ୍ଚାରେ ଥିବା ନାଁ ପୃଥୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ସନାତନ ବିଜୁଳି, ଅମର ନାୟକ, ବିଭୂତି ଜେନା, ସିଦ୍ଧାନ୍ତ ମହାପାତ୍ର, ଡାକ୍ତର ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ, ଆଶ୍ରିତ ପଟନାୟକ, ବାବୁ ସିଂ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଭବାନୀ ଶଙ୍କର ଭୋଇ, ନିତ୍ୟାନନ୍ଦ ଗଣ୍ଡ, ଡାକ୍ତର ଫକୀର ମୋହନ ନାୟକ ଓ ପ୍ରଭାତୀ ପରିଡା ପ୍ରମୁଖ ମନ୍ତ୍ରୀ ରେସ୍‌ରେ ଅଛନ୍ତି ବୋଲି କୁହାଯାଉଛି।

Leave A Reply

Your email address will not be published.