ପ୍ରମୁଖ ଖବର

ଡିପିଡିପି ଆଇନକୁ ଚ୍ୟାଲେଞ୍ଜ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାତ୍ୟା ‘ଅର୍ଣ୍ଣବ’ ପାଇଁ ୨ ଦିନ ଘୁଞ୍ଚିଲା ଓସିଏସ୍‌ ମୁଖ୍ୟ ପରୀକ୍ଷା
ଗୌହାଟୀ ହୋଟେଲରେ ଗୁଳିକାଣ୍ଡ, ୫ ମୃତ; ଜଣେ ଗିରଫ
‘ଗରିବଙ୍କୁ ମତଦାନ ଅଧିକାରରୁ ବଞ୍ଚିତ କରାଯାଉଛି’, ନିର୍ବାଚନ ଆୟୋଗକୁ ଘେରିଲେ ରାହୁଲ ଗାନ୍ଧୀ
କଂଗ୍ରେସର ଭାଷା ଓ ଆଚରଣ ରାଜନୈତିକ ପତନର ସଙ୍କେତ: ଶିବରାଜ
ଟୋଲ୍‌ ପ୍ଲାଜା ପାଖରେ ରହୁଥିଲେ ବର୍ଷକୁ ମାତ୍ର ୧,୫୦୦ ଟଙ୍କାରେ ପାସ୍‌!

ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ

0

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବା ନେଇ ସୂଚନା ଆସୁଛି। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ। ଅନାବନା ଘାସ କଟାଯିବା ସହ ପାଣି ଟାଙ୍କି ସଫା କରାଯିବ। ଶ୍ରେଣୀ ଗୃହରେ ଥିବା ସମସ୍ତ ଫର୍ଣ୍ଣିଚରକୁ ସଫା କରି ପିଲାଙ୍କ ବସିବା ପାଇଁ ଉପଯୋଗୀ କରାଯିବ।

ମଧ୍ୟାହ୍ନ ଭୋଜନ ପାଇଁ ଥିବା ରୋଷେଇ ସାମଗ୍ରୀ ଓ ଏକ୍ସପ୍ଯାରୀ ତାରିଖକୁ ଯାଞ୍ଚ କରାଯିବ। ସ୍ମାର୍ଟ କ୍ଳାସ ରୁମ୍, ଇ-ଲାଇବ୍ରେରୀକୁ ବ୍ୟବହାର ପାଇଁ ପ୍ରସ୍ତୁତ କରାଯିବ। ସ୍କୁଲ ଖୋଲିବାର ଏକ ସପ୍ତାହ ସୁଦ୍ଧା ଇଣ୍ଟରନେଟ୍ ସଂଯୋଗକୁ ନିଶ୍ଚିତ କରାଯିବ। ପାନୀୟ ଜଳ ଯୋଗାଣକୁ ଗୁରୁତ୍ବ ଦିଆଯିବ।

ସ୍କୁଲ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ସ୍କୁଲ ଆସି ମଧ୍ୟାହ୍ନ ଭୋଜନ ପାଇଁ ଥିବା ସାମଗ୍ରୀର ଯାଞ୍ଚ କରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନେଇ ହୋଇଥିବା ବୈଠକରେ ଏପରି ନିର୍ଦ୍ଦେଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଆଗୁଆ ସ୍କୁଲ ଛୁଟି କରାଯାଇଥିଲା। ସ୍କୁଲ ପରିସର ଓ ସେଠାରେ ଥିବା ସମସ୍ତ ଉପକରଣର ଯତ୍ନ ନେବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।

Leave A Reply

Your email address will not be published.