ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପଦ ଛାଡିଲେ କଂଗ୍ରେସ ନେତା ଭକ୍ତ ଦାସ

0

ଭୁବନେଶ୍ବର: କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ରାଜ୍ୟରେ ଉଭୟ ବିଧାନସଭା ଓ ଲୋକସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି ।କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରାଯାଇଥିଲା। ମାତ୍ର ଏବେ ସେ ନିଜ ପଦରୁ ଇସ୍ତଫା ଦେଇ ଦେଇଛନ୍ତି।

ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ନିଜର ଇସ୍ତଫା ପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି ଭକ୍ତ।

Leave A Reply

Your email address will not be published.