ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ

0

ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡ଼ିଶାର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ମଙ୍ଗଳବାର ସଂଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଶପଥ ଗ୍ରହଣ ଉତ୍ସବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପାଇଁ ଭାଜପା ଦଳ ବିଧାୟକମାନେ ପୁରୀରେ ପହଞ୍ଚିଛନ୍ତି ।

ସୂଚନାଥାଉ କି, ଜନତା ମଇଦାନରେ ଆସନ୍ତାକାଲି ଅପରାହ୍ଣ ୪ଟା ୪୫ରେ ଶପଥ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ବିଜେପି ବିଧାୟକଙ୍କର ଟିମ୍ ପୁରୀ ଯାଇଛନ୍ତି। ପୁରୀରେ ଚିଲିକା ବିଜେପି ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ, ନିମାପଡା ବିଧାୟିକା ପ୍ରଭାତି ପରିଡା ଛପା ହୋଇଥିବା ନିମନ୍ତ୍ରଣ କାର୍ଡକୁ ସାଙ୍ଗରେ ନେଇଛନ୍ତି। ପରମ୍ପରା ଅନୁଯାୟୀ ତିନି ଠାକୁରଙ୍କୁ ଦଳ ପକ୍ଷରୁ ନିମନ୍ତ୍ରଣ କରାଯିବ ।

Leave A Reply

Your email address will not be published.