ପ୍ରମୁଖ ଖବର

ନିଖୋଜର ୧୨ ଦିନ ପରେ ଏସସିବିରୁ ଯୁବକ ଉଦ୍ଧାର
ଦିଲ୍ଲୀ ବିସ୍ଫୋରଣ ପଛରେ ବାଂଲାଦେଶ ଲିଙ୍କ୍‌
୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
୨ ସନ୍ଦିଗ୍ଧ ବାଂଲାଦେଶୀ ଅଟକ, ବନ୍ଧୁକ ସହ ୧୦ଟି କଟୁରୀ ଜବତ
ଡିସେମ୍ବର ୧ରୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ
ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ
ଟ୍ରାଫିକ୍ ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର
ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

0

ଭୁବନେଶ୍ବର: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।

ଏହା ସହିତ ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ ପତ୍ର ମଧ୍ୟ ସେ ରାଜ୍ୟପାଳଙ୍କୁ ଦେଇଛନ୍ତି। ଏହାପରେ ରାଜ୍ୟପାଳ ତାଙ୍କୁ ସରକାର ଗଠନ କରିବାକୁ ଅନୁମତି ଦେଇଛନ୍ତି। ଆସନ୍ତାକାଲି ଅପରାହ୍ନ ୫ଟାରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ଗ୍ରହଣ କରିବେ।

Leave A Reply

Your email address will not be published.