ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

0

ଭୁବନେଶ୍ବର: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।

ଏହା ସହିତ ତାଙ୍କ ସହ ସମସ୍ତ ୭୮ ଜଣ ବିଜେପି ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ରହିଥିବା ସେ ରାଜ୍ୟପାଳଙ୍କୁ ଅବଗତ ଜଣାଇଛନ୍ତି। ୩ ସ୍ୱାଧୀନ ବିଧାୟକ ବିଜେପିକୁ ସମର୍ଥନ କରୁଥିବା ଗୋଟିଏ ପତ୍ର ମଧ୍ୟ ସେ ରାଜ୍ୟପାଳଙ୍କୁ ଦେଇଛନ୍ତି। ଏହାପରେ ରାଜ୍ୟପାଳ ତାଙ୍କୁ ସରକାର ଗଠନ କରିବାକୁ ଅନୁମତି ଦେଇଛନ୍ତି। ଆସନ୍ତାକାଲି ଅପରାହ୍ନ ୫ଟାରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ଗ୍ରହଣ କରିବେ।

Leave A Reply

Your email address will not be published.