ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ନୂଆ ମୁଖ୍ୟମନ୍ତ୍ରୀ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ

0

ଭୁବନେଶ୍ବର: ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହିକ୍ରମରେ ରାଜନୈତିକ ସୌଜନ୍ୟତା ଦୃଷ୍ଟିରୁ ବିଜେପି ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରିଛି।

ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସ ଯାଇ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା। ନିତ୍ୟାନନ୍ଦ ଗଣ୍ଡ ଏବଂ ସମୀର ମହାନ୍ତି ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିବା ଜଣାଯାଇଛି। ନବୀନ ପଟ୍ଟନାୟକ ମଧ୍ୟ ନିମନ୍ତ୍ରଣ ରକ୍ଷା କରି ନିଶ୍ଚିତ ଭାବେ ପହଞ୍ଚିବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ବିଜେପି ନେତା।

ଆଜି ଓଡ଼ିଶାରେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ପହଞ୍ଚି ସାରିଛନ୍ତି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ। ଏହାପରେ ରାଜ୍ୟରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ । ଆଜି ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହେବା ପରେ ଆସନ୍ତାକାଲି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଏକାଧିକ ବରିଷ୍ଠ ନେତା ଓ ଏକାଧିକ ବିଜେପିଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।

Leave A Reply

Your email address will not be published.