ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଭୁବନେଶ୍ବର: କିଏ ହେବ ଓଡିଶାର ମୁଖ୍ୟମନ୍ତ୍ରୀକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ ଘଟିଛି। ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସେହିପରି ବଲାଙ୍ଗୀରର ବିଧାୟକ କନକ ବର୍ଦ୍ଧନ ସିଂହ ଓ ନିମାପଡ଼ାର ବିଧାୟିକା ପ୍ରଭାତୀ ପରିଡ଼ା ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏମାନେ ମଧ୍ୟ ଆସନ୍ତାକାଲି ଶପଥ ନେବେ।

ପର୍ଯ୍ୟବେକ୍ଷକ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ ଭାଜପା କାର୍ଯ୍ୟାଳୟଠାରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଭାବେ ମୋହନ ମାଝୀ ନାଁ ଚୟନ କରାଯାଇଥିଲା। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ପ୍ରତାପ ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କ ସହ ତୁଙ୍ଗ ନେତା ଉପସ୍ଥିତ ଥିଲେ।

Leave A Reply

Your email address will not be published.