ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ପଳାଶୁଣିରେ ଛକରେ ୪ରୁ ଅଧିକ କାରକୁ ପିଟିଲା ଟ୍ରକ

0

ଭୁବନେଶ୍ବର: ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଜି ଅପରାହ୍ନରେ ଗୋଟିଏ ଟ୍ରକ୍‌ ଭାରସାମ୍ୟ ହରାଇଦ୍ରୁତ ଗତିରେ ଯାଇ ଗୋଟିଏ ପରେ ଗୋଟିଏ କାର୍‌ ଓ ବାଇକ୍‌କୁ ଧକ୍କା ଦେଇଥିଲା। ଟ୍ରକ୍‌ ଧକ୍କାରେ କାର୍‌ ଚୁରମାର ହୋଇଯାଇଛି। କାର୍‌ ଭତିରେ ଲୋକମାନେ ଫସି ଯାଇଥିଲେ। ସ୍ଥାନୀୟ ଲୋକ ଓ କମିଶନରେଟ୍‌ ପୁଲିସ୍‌ କାର୍‌ ଭିତରୁ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଛି।

ଏହି ସରିଜ୍‌ ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଫୁଟ୍‌ ଓଭର ବ୍ରିଜ୍‌ ଦାବିରେ ସ୍ଥାନୀୟ ଲୋକ ଜାତୀୟ ରାଜପଥ ଅବରୋଧ କରିଥିଲେ। ଯାହାଫଳରେ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଥିଲା। କମିଶନରେଟ୍‌ ପୁଲିସ୍‌ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ରାସ୍ତାରୁ ହଟାଇଥିଲା। ଏଥିସହ ମଞ୍ଚେଶ୍ୱର ପୋଲିସ ପହଞ୍ଚି ପ୍ରତିବାଦ କରୁଥିବା ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡ଼ିଛି।

Leave A Reply

Your email address will not be published.