ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପଳାଶୁଣିରେ ଛକରେ ୪ରୁ ଅଧିକ କାରକୁ ପିଟିଲା ଟ୍ରକ

0

ଭୁବନେଶ୍ବର: ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଜି ଅପରାହ୍ନରେ ଗୋଟିଏ ଟ୍ରକ୍‌ ଭାରସାମ୍ୟ ହରାଇଦ୍ରୁତ ଗତିରେ ଯାଇ ଗୋଟିଏ ପରେ ଗୋଟିଏ କାର୍‌ ଓ ବାଇକ୍‌କୁ ଧକ୍କା ଦେଇଥିଲା। ଟ୍ରକ୍‌ ଧକ୍କାରେ କାର୍‌ ଚୁରମାର ହୋଇଯାଇଛି। କାର୍‌ ଭତିରେ ଲୋକମାନେ ଫସି ଯାଇଥିଲେ। ସ୍ଥାନୀୟ ଲୋକ ଓ କମିଶନରେଟ୍‌ ପୁଲିସ୍‌ କାର୍‌ ଭିତରୁ ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଛି।

ଏହି ସରିଜ୍‌ ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଫୁଟ୍‌ ଓଭର ବ୍ରିଜ୍‌ ଦାବିରେ ସ୍ଥାନୀୟ ଲୋକ ଜାତୀୟ ରାଜପଥ ଅବରୋଧ କରିଥିଲେ। ଯାହାଫଳରେ ଗାଡ଼ି ଚଳାଚଳ ଠପ୍‌ ହୋଇଯାଇଥିଲା। କମିଶନରେଟ୍‌ ପୁଲିସ୍‌ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ରାସ୍ତାରୁ ହଟାଇଥିଲା। ଏଥିସହ ମଞ୍ଚେଶ୍ୱର ପୋଲିସ ପହଞ୍ଚି ପ୍ରତିବାଦ କରୁଥିବା ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡ଼ିଛି।

Leave A Reply

Your email address will not be published.