ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍‌ ଆଇଡି

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍‌ ଆଇଡି ଖୋଲା ହୋଇଛି। ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍‌ନାମ କରିବାକୁ ଉଦ୍ୟମ କରାଯାଇଛି। ଆଜି ୫-ଟି ଓ ମୋ ସରକାରକୁ ନେଇ ଏକ ଫେକ୍‌ ନ୍ୟୁଜ ପୋଷ୍ଟ ପରେ ସ୍ପଷ୍ଟୀକରଣ ଦେଇଛି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏଥିସହ ଫେକ୍‌ ଓ ପ୍ରକୃତ ଆଇଡିର ହୋମ୍‌ ପେଜ୍‌ ପୋଷ୍ଟ କରିଛି।

ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପୋଷ୍ଟ କରିଥିବା ପେଜରୁ ଦେଖିବାକୁ ମିଳିଛି ଦୁଇଟି(ଫେକ୍‌ ଓ ପ୍ରକୃତ)ର ମାଷ୍ଟହେଡ୍‌ ସମାନ ରହିଥିଲା ବେଳେ ଫେକ୍‌ ଆକାଉଣ୍ଟ @mohanmajhi_BJP ଲେଖାଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ‘X’ ଆକାଉଣ୍ଟ ହେଉଛି @MohanModisha। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଫେସ୍‌ବୁକ୍ ଆକାଉଣ୍ଟ https://facebook.com/MohanMOdisha ରହିଥିବା ବେଳେ Instagram https://instagram.com/mohanmodisha/ ରହିଛି।

ତେବେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ସରକାର ତତ୍ପରତା ଦେଖାଇଥିଲେ। ୫ଟି ଓ ମୋ ସରକାର ସମ୍ପର୍କିତ ଖବର ପ୍ରକାଶ ପାଇଥିବା ‘ଏକ୍ସ’ ଆକାଉଣ୍ଟଟି ମୁଖ୍ୟମନ୍ତ୍ରୀଙ୍କର ନୁହେଁ ବୋଲି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିଥିଲା।

Leave A Reply

Your email address will not be published.