ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ

0

ଭୁବନେଶ୍ବର: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘରୁ ହିଁ ଶାସନ ଚଳାଇ ଆସୁଥିଲେ। ଏଣୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଘର ଖୋଜା ଚାଲିଛି। ଏବେ ପାଇଁ ଅସ୍ଥାୟୀ ଭାବେ ଅତିଥି ଭବନକୁ ସିଏମ୍‌ଓ ଭାବେ ବ୍ୟବହାର କରାଯାଉଛି

ରାଜ୍ୟ ଅତିଥିଭବନର ପ୍ରଥମ ମହଲାକୁ ଆଜିଠୁ ଅସ୍ଥାୟୀ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଭାବେ ଉପଯୋଗ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତାଙ୍କ ସରକାରର ୧୦୦ଦିନର କାର୍ଯ୍ୟ ଚୂଡ଼ାନ୍ତ କରିବା ପାଇଁ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ବିଜେପିର ସଂକଳ୍ପ ପତ୍ର ଆଧାରରେ ୧୦୦ଦିନ କାର୍ଯ୍ୟସୂଚୀ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ବିଭାଗର ଅଫିସରମାନଙ୍କୁ ଏନେଇ ପରାମର୍ଶ ଦିଆଯାଇଛି । ଯାହାକୁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବେ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.