ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ

0

ଭୁବନେଶ୍ବର: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘରୁ ହିଁ ଶାସନ ଚଳାଇ ଆସୁଥିଲେ। ଏଣୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଘର ଖୋଜା ଚାଲିଛି। ଏବେ ପାଇଁ ଅସ୍ଥାୟୀ ଭାବେ ଅତିଥି ଭବନକୁ ସିଏମ୍‌ଓ ଭାବେ ବ୍ୟବହାର କରାଯାଉଛି

ରାଜ୍ୟ ଅତିଥିଭବନର ପ୍ରଥମ ମହଲାକୁ ଆଜିଠୁ ଅସ୍ଥାୟୀ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଭାବେ ଉପଯୋଗ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ତାଙ୍କ ସରକାରର ୧୦୦ଦିନର କାର୍ଯ୍ୟ ଚୂଡ଼ାନ୍ତ କରିବା ପାଇଁ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ବିଜେପିର ସଂକଳ୍ପ ପତ୍ର ଆଧାରରେ ୧୦୦ଦିନ କାର୍ଯ୍ୟସୂଚୀ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ବିଭାଗର ଅଫିସରମାନଙ୍କୁ ଏନେଇ ପରାମର୍ଶ ଦିଆଯାଇଛି । ଯାହାକୁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବେ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.