ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ଜୁନ୍ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ

0

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ଶେଷହେବା ପରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇସାରିଛନ୍ତି ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମନ୍ତ୍ରୀମଣ୍ଡଳ। କିନ୍ତୁ ଆଗାମୀ ଲୋକସଭାର ବାଚସ୍ପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଲାଗିରହିଛି। ଆଉ ଏହାରି ଭିତରେ ଆସନ୍ତା ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ ବୋଲି ଦିନ ଧାର୍ଯ୍ୟ କରାଯାଇଛି ।

ସୂଚନାଯୋଗ୍ୟ, ସରକାର ଗଠନ କରିବା ପରେ ସଂସଦର ପ୍ରଥମ ଅଧିବେଶନ ଜୁନ ୨୪ରେ ବସିବ। ପ୍ରଥମ ଦିନରେ ସଂସଦର ଉଭୟ ସଦନକୁ ରାଷ୍ଟ୍ରପତି ସମ୍ବୋଧନ କରିବେ। ସେହିପରି ନବନିର୍ବାଚିତ ସାଂସଦମାନେ ଶପଥ ଗ୍ରହଣ କରିବେ। ଜୁନ୍ ୨୬ ତାରିଖରେ ଲୋକସଭାରେ ବାଚସ୍ପତି ପଦ ପାଇଁ ‌ଭୋଟ ପଡିବ। ଯେଉଁଥିରେ ସାଂସଦ ମାନେ ବାଚସ୍ପତି ପଦ ପାଇଁ ଭୋଟ୍ ଦେବେ। ତେବେ ଏହା ପୂର୍ବରୁ କାମଚଳା ବାଚସ୍ପତି ପ୍ରଥମେ ସାଂସଦମାନଙ୍କ ଶପଥ ପାଠ କରାଇବେ। ଏହାପରେ ବାଚସ୍ପତି ପଦ ପାଇଁ ଭୋଟିଂ ହେବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଲୋକସଭାର ବାଚସ୍ପତି କିଏ ହେବ ତାକୁ ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗି ରହିଛି।

ତେବେ ବାଚସ୍ପତି ଦୌଡରେ ବିଜେପିର ଅନେକ ନେତା ଆଗରେ ରହିଛନ୍ତି । ଖାସ୍ କରି ଆନ୍ଧ୍ରର ବିଜେପି ମୁଖ୍ୟ ଡି. ପୁରନ୍ଦେଶ୍ୱରୀ ଏହି ଦୌଡରେ ସବୁଠୁ ଆଗରେ ରହିଛନ୍ତି। ।ଗୋଟିଏ ପଟେ ମହିଳା ଚେହେରା ଏବଂ ଅନ୍ୟପଟେ ଟିଡିପି ମୁଖ୍ୟଙ୍କ ସହ ସମ୍ପର୍କକୁ ନେଇ ପୁରନ୍ଦେଶ୍ୱରୀ ଅନ୍ୟମାନଙ୍କଠାରୁ ଆଗରେ ରହିଛନ୍ତି। ଏହାବାଦ୍ ଓଡିଶାରୁ କଟକ ସାଂସଦ ଭର୍ତ୍ତୁହରି ମହତାବ ମଧ୍ୟ ଅଭିଜ୍ଞତା ଦୃଷ୍ଟିରୁ ବାଚସ୍ପତି ଦୌଡରେ ଆଗୁଆ ଥିବା ଜଣାପଡିଛି।

Leave A Reply

Your email address will not be published.