ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ

0

ଭୁବନେଶ୍ୱର: ଶୁକ୍ରବାର ବିଧାନସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ। ୨୦ ତାରିଖରେ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା କରିବେ। ସେ ବର୍ତ୍ତମାନ ସ୍ୱଳ୍ପକାଳୀନ ବାଚସ୍ପତି ଭାବେ ଦାଇତ୍ୱ ତୁଲାଇବେ। ବାଚସ୍ପତି ନିର୍ବାଚନ ପର୍ଯ୍ୟନ୍ତ ସେ ଏହି କାର୍ଯ୍ୟ କରିବେ।

ସେ ତାଙ୍କର ଏହି ଶପଥ ପାଠରେ କହିଛନ୍ତି, ସରକାରଙ୍କ ଦ୍ୱାରା ଗଠିତ ହୋଇଥିବା ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ଦେଇଥିବାରୁ ଧନ୍ୟବାଦ ଜଣାଉଛି।ଏହା ପୂର୍ବରୁ ମଧ୍ୟ ୨୦୧୯ ରେ ମଧ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସ୍ୱଳ୍ପକାଳୀନ ବାଚସ୍ପତି ଭାବେ ନିଯୁକ୍ତ ହୋଇଥିଲେ ।

Leave A Reply

Your email address will not be published.