ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ପୋଲିସକୁ ମୁଖ୍ୟମନ୍ତ୍ରୀ କହିଲେ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର କର

0

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ, ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ପ୍ରମୁଖ ସାମିଲ ଥିଲେ। ଗୁଇନ୍ଦା ନିର୍ଦେଶକ, ଗୁଇନ୍ଦା ଆଇଜି ଓ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାର ଏସପି ମାନେ ମଧ୍ୟ ବୈଠକରେ ସାମିଲ ହୋଇଥିଲେ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଠିକ୍ ସେହିପରି ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ ତାଗିଦ କରିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ, ପୁଲିସ ଲୋକଙ୍କୁ ଭଲ ପାଇଲେ, ପୁଲିସର ବିଶ୍ୱସନୀୟତା ବଢ଼ିବ। ଏଣୁ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବାକୁ ହେବ। ଆଗ ଭଳି ଆଉ ପୁଲିସ ବ୍ୟବସ୍ଥା ଚାଲିବ ନାହିଁ ବୋଲି ବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ଅଧିକାରୀମ‌ାନଙ୍କୁ ରୋକଠୋକ୍ ଶୁଣାଇଥିଲେ।

ନିଜର ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଲିସ ଡିଜିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀଙ୍କର ଏକ ବୈଠକ ନେଇଥିଲେ। ରାଜ୍ୟରେ କିଭଳି ଆଇନ ଶୃଙ୍ଖଳା, ସୁରକ୍ଷା, ସ୍ନାନ ପୂର୍ଣ୍ଣିମା, ଇତ୍ୟାଦି ସମ୍ପର୍କରେ ସେଠାରେ ଆଲୋଚନା ହୋଇଥିଲା। ଏହି ଅବସରରେ ମାଓ ମୁକାବିଲା, ପୋଲିସକୁ ଅଧିକ ଲୋକାଭିମୁଖୀ କରିବା, ମହିଳାଙ୍କ ବିରୋଧରେ ହେଉଥିବା ଅପରାଧ, ସାଧାରଣ ଲୋକଙ୍କୁ ତୁରନ୍ତ ନ୍ୟାୟ ଦେବା ସଂପର୍କରେ ବି ସମୀକ୍ଷା ହୋଇଥିଲା।

Leave A Reply

Your email address will not be published.