ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ପହଞ୍ଚିଲା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

0

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମୃତକ ଦୁଇ ଜଣ ହେଲେ କଟକ ଜିଲ୍ଲା ତିଗିରିଆ ଅଞ୍ଚଳର ମହମ୍ମଦ ଜାହୁର ଓ ଅନ୍ୟ ଜଣେ ମୃତକ ଗଞ୍ଜାମ ରଣଝାଲ୍ଲୀ ଗ୍ରାମର ସନ୍ତୋଷ କୁମାର ଗୌଡ଼ ।

ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମେତ ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୃତକଙ୍କ ପରିବାର ଲୋକ ବି ଏୟାରପୋର୍ଟରେ ପହଞ୍ଚିଛି। ସେଠାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ମୃତଦେହକୁ ସେମାନଙ୍କ ଜନ୍ମମାଟିକୁ ପଠାଯାଇଛି।

ଦୁଇ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିନିମନ୍ତେ ଅର୍ଥ ମଞ୍ଜୁର ହୋଇଥିବା ନେଇ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

Leave A Reply

Your email address will not be published.