ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ପହଞ୍ଚିଲା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

0

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର। ମୃତକ ଦୁଇ ଜଣ ହେଲେ କଟକ ଜିଲ୍ଲା ତିଗିରିଆ ଅଞ୍ଚଳର ମହମ୍ମଦ ଜାହୁର ଓ ଅନ୍ୟ ଜଣେ ମୃତକ ଗଞ୍ଜାମ ରଣଝାଲ୍ଲୀ ଗ୍ରାମର ସନ୍ତୋଷ କୁମାର ଗୌଡ଼ ।

ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମେତ ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୃତକଙ୍କ ପରିବାର ଲୋକ ବି ଏୟାରପୋର୍ଟରେ ପହଞ୍ଚିଛି। ସେଠାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ମୃତଦେହକୁ ସେମାନଙ୍କ ଜନ୍ମମାଟିକୁ ପଠାଯାଇଛି।

ଦୁଇ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିନିମନ୍ତେ ଅର୍ଥ ମଞ୍ଜୁର ହୋଇଥିବା ନେଇ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।

Leave A Reply

Your email address will not be published.