ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବଦ୍ରିନାଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ

0

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏସଡିଆରଏଫ ଟିମ୍‌‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ୯ ଜଣ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଛି।

ସୂଚନାନୁଯାୟୀ, ଦୁର୍ଘଟଣା ସମୟରେ ଗାଡ଼ିରେ ପ୍ରାୟ ୨୩ଜଣ ଯାତ୍ରୀ ଥିଲେ। ଗାଡ଼ିଟି ନୋଏଡାରୁ ଯାତ୍ରୀଙ୍କୁ ନେଇ ବଦ୍ରିନାଥ ଯାଉଥିଲା। ଏହି ସମୟରେ ରୁଦ୍ରପ୍ରୟାଗଠାରେ ରାସ୍ତାକଡ଼ରେ ଥିବା ଏକ ଗଭୀର ଖାଲକୁ ଖସିପଡ଼ି ନଦୀରେ ପଡ଼ିଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ମୃତ ଦେହଗୁଡ଼ିକ ଫସି ରହିଥିଲା। ଅନ୍ୟମାନଙ୍କ ଚିତ୍କାର ଶବ୍ଦରେ ଆଖପାଖ ଅଞ୍ଚଳ କମ୍ପିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ଏନେଇ ପୋଲିସକୁ ସୂଚନା ଦେଇଥିଲେ।

ଖବର ପାଇ ପୋଲିସ ପ୍ରଶାସନ ଏବଂ ଏସ୍‌ଡିଆର୍‌ଏଫ୍‌ ଟିମ୍‌ର ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଲୋକଙ୍କୁ ବାହାର କରିବା ଲାଗି ପ୍ରୟାସ କରାଯାଉଛି। ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି। ଏଥିସହ ମୃତକଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କ ପରିବାର ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଉଛି। ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ଏହାର ତଦନ୍ତ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.