ପ୍ରମୁଖ ଖବର

ଏସ୍‌ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲା, ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟ
ରସାୟନ ବିଜ୍ଞାନରେ ନୋବେଲ ପାଇଁ ୩ ବୈଜ୍ଞାନିକଙ୍କ ନାମ ଘୋଷଣା
ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ହସ୍ତକ୍ଷେପ କଲେ ମୋହନ, ସ୍ବାଭାବିକ ହେଲା ବସ ଚଳାଚଳ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ପ୍ରଶାସନ, ଜିଲ୍ଲାର ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି ।

ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଘରୋଇ ବସ୍ କର୍ମଚାରୀ ଓ ମାଲିକଙ୍କ ମଧ୍ୟରେ ବିବାଦକୁ ନେଇ କୋରାପୁଟରୁ ୪୦ଟି ରୁଟରେ ବସ ଚଳାଚଳ ବନ୍ଦ କରାଯାଇଥିଲା। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ।

Leave A Reply

Your email address will not be published.