ବିହାର: ବିହାରରୁ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ହଠାତ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିବା ସୂଚନା ମିଳିଛି। ନୀତିଶଙ୍କ ହାତରେ ହଠାତ ପ୍ରବଳ ଯନ୍ତ୍ରଣା ଅନୁଭବ ହୋଇଥିଲା। ଏହାପରେ ତାଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ହାତରେ ଯନ୍ତ୍ରଣା କାହିଁକି ଓ କିପରି ହେଲା ତାହାର କାରଣ ଜଣାପଡିନାହିଁ। ସୂଚନା ଅନୁସାରେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପାଟଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକସଭା ନିର୍ବାଚନ ସମୟରେ ମଧ୍ୟ ନୀତିଶ ଅନେକ ଥର ଅସୁସ୍ଥ ହୋଇଥିଲେ।
ପ୍ରମୁଖ ଖବର
ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ