ବିହାର: ବିହାରରୁ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ହଠାତ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିବା ସୂଚନା ମିଳିଛି। ନୀତିଶଙ୍କ ହାତରେ ହଠାତ ପ୍ରବଳ ଯନ୍ତ୍ରଣା ଅନୁଭବ ହୋଇଥିଲା। ଏହାପରେ ତାଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ହାତରେ ଯନ୍ତ୍ରଣା କାହିଁକି ଓ କିପରି ହେଲା ତାହାର କାରଣ ଜଣାପଡିନାହିଁ। ସୂଚନା ଅନୁସାରେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପାଟଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକସଭା ନିର୍ବାଚନ ସମୟରେ ମଧ୍ୟ ନୀତିଶ ଅନେକ ଥର ଅସୁସ୍ଥ ହୋଇଥିଲେ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ