ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ପୂର୍ବତନ ରାଜ୍ୟପାଳ ଭଣ୍ଡାରେ ଆଉ ନାହାନ୍ତି

0

ଭୁବନେଶ୍ବର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଆଉ ନାହାନ୍ତି। ଆଜି ୯୫ବର୍ଷ ବୟସରେ ପରଲୋକ ଘଟିଛି। ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।

ଶ୍ରୀ ଭଣ୍ଡାରେ ଅଗଷ୍ଟ ୨୧, ୨୦୦୭ରୁ ମାର୍ଚ୍ଚ ୯, ୨୦୧୩ ପର୍ଯ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଥିଲେ। ୧୯୨୮ ଡିସେମ୍ବର ୧୦ରେ ଶ୍ରୀ ଭଣ୍ଡାରେ ଜନ୍ମଗ୍ରହଣ କରିଥିଲେ। ପରେ କଂଗ୍ରେସ ସମର୍ଥନରେ ମହାରାଷ୍ଟ୍ରରୁ ୧୯୮୦ରୁ ୧୯୯୪ ମଧ୍ୟରେ ତିନି ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଶ୍ରୀ ଭଣ୍ଡାରେ। ସୁପ୍ରିମକୋର୍ଟର ଏହି ବରିଷ୍ଠ ଆଇନଜୀବୀ ବାର୍ ବାର୍‌ ଆସୋସିଏସନ୍‌ର ଦୁଇ ଥର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ।

Leave A Reply

Your email address will not be published.