ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା : ୧୧ ଉଦ୍ଧାର, ୬ ନିଖୋଜ

0

ବିହାର: ବିହାରର ପାଟନା ଅନ୍ତର୍ଗତ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଯାତ୍ରୀମାନଙ୍କୁ ଖୋଜିବା ଲାଗି ଏସଡିଆରଏଫ ପକ୍ଷରୁ ଉଦ୍ୟମ ଜାରି ରହିଛି। ଗଙ୍ଗା ଦଶହରା ପାଳନ ସମୟରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ପାଟନାଠାରୁ ୭୦ କିଲୋମିଟର ଦୂର ବଡ଼ ନାମକ ସ୍ଥାନରେ ଘଟିଥିଲା ଦୁର୍ଘଟଣା। ଯାତ୍ରାମୀନ ଉମାନାଥ ଘାଟରୁ ଡାୟାରାକୁ ଯିବାବେଳେ ଘଟିଥିଲା ଦୁର୍ଘଟଣା। ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।

ସୂଚନା ଅନୁସାରେ, ରବିବାର ଗଙ୍ଗା ଦଶହରା ଉତ୍ସବ ପାଳନ ପାଇଁ ପାଟନାର ଉମାନାଥ ଘାଟରେ ବହୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଶ୍ରଦ୍ଧାଳୁମାନେ ଗଙ୍ଗା ନଦୀରେ ବୁଡ଼ ପକାଇବାକୁ ସକାଳୁ ସକାଳୁ ଆସିଥିଲେ। ଏକ ଡଙ୍ଗାରେ ଗୋଟିଏ ପରିବାରର ୧୭ ଜଣ ନଦୀରେ ଆସୁଥିବାବେଳେ ଡଙ୍ଗାଟି ଓଲଟି ପଡ଼ିଥିଲା। ଫଳରେ ସମସ୍ତେ ନଦୀରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ପହଁରାଳି ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଥିଲେ। ଖବର ପାଇ ଏସଡିଆରଏଫ ଏବଂ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲେ। ପରିବାରର ୧୧ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ୪ ଜଣଙ୍କ ପତ୍ତା ମିଳୁ ନ ଥିବାବେଳେ ସେମାନଙ୍କୁ ଖୋଜାଖୋଜି ଜାରି ରହିଛି।

Leave A Reply

Your email address will not be published.