ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବାବୁଲିଙ୍କ ପାଖରେ ପହଞ୍ଚିଲେ ଡାକ୍ତରୀ ଦଳ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ଗତ କିଛି ବର୍ଷ ହେଲା ସେ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି। ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି। ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍‌ସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲ୍ଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି ।

Leave A Reply

Your email address will not be published.