ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଟ୍ରେନ୍‌ ଦୁର୍ଘଟଣାରେ ମୃତକ ପରିବାରକୁ ମିଳିବ ୧୦ ଲକ୍ଷ

0

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ, ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ସେପଟେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

Leave A Reply

Your email address will not be published.