ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଟ୍ରେନ୍‌ ଦୁର୍ଘଟଣାରେ ମୃତକ ପରିବାରକୁ ମିଳିବ ୧୦ ଲକ୍ଷ

0

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ, ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ସେପଟେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳେ ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

Leave A Reply

Your email address will not be published.