ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ଜୁନ୍ ୨୦ରେ ହେବ ବାଚସ୍ପତି ନିର୍ବାଚନ : ୧୮ ଓ ୧୯ ଶପଥ ନେବେ ନବ ନିର୍ବାଚିତ ବିଧାୟକ

0

ଭୁବନେଶ୍ବର: ଆସନ୍ତା ଜୁନ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ ପାଠ କରାଇବେ। ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ଚୟନ ପାଇଁ ନିର୍ବାଚନ ହେବ। ଏହା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ଡିଜିପି ଅରୁଣ ଷଡଙ୍ଗୀ।

ଡିଜିପିଙ୍କ ସହ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୋଲିସ ଛାଉଣୀ ହେବ। ୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିସ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାର୍ଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ କଡ଼ା ନଜର ରଖିବେ।

Leave A Reply

Your email address will not be published.