ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପୋଲିସ ଗୁଳିରେ ୪ ନକ୍ସଲ ନିହତ

0

ନୂଆଦିଲ୍ଲୀ: ଝାଡଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି।ଜଣେ ଜୋନାଲ କମାଣ୍ଡର ଓ ୨ ଜଣ ଏରିଆ କମାଣ୍ଡରଙ୍କ ସମେତ ୪ ଜଣ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ନିହତ ନକ୍ସଲଙ୍କ ମୁଣ୍ଡ ଉପରେ ଥିଲା ପୁରସ୍କାର ରାଶି।

ଏହା ଝାଡ଼ଖଣ୍ଡ ପୁଲିସ୍ ପାଇଁ ଏକ ବଡ଼ ସଫଳତା ବୋଲି କୁହାଯାଉଛି। ଏନକାଉଣ୍ଟର ସ୍ଥଳରୁ ରାଇଫଲ୍ ସମେତ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ପଶ୍ଚିମ ସିଂହଭୂମ ଏସ୍‌ପି ଆଶୁତୋଷ ଶେଖର କହିଛନ୍ତି ଯେ ଏବେବି ଘଟଣାସ୍ଥଳ ଓ ଏହାର ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Leave A Reply

Your email address will not be published.