ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଧର୍ମେନ୍ଦ୍ର ଓ ଅଶ୍ବିନୀଙ୍କୁ ମିଳିଲା ବଡ଼ ଦାୟିତ୍ବ

0

ନୂଆଦିଲ୍ଲୀ: ଓଡ଼ିଶା, ଆନ୍ଧ୍ରପ୍ରଦେଶ ଭଳି ଗୁରୁ୍ତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନର ସଫଳତାକୁ ଦୋହରାଇବା ଲାଗି ଭାରତୀୟ ଜନତା ପାର୍ଟି ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା ଆଗକୁ ହେବାକୁ ଥିବା ମହାରାଷ୍ଟ୍ର, ହରିୟାନା, ଝାଡ଼ଖଣ୍ଡ ଓ ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତି ଦେଇଛନ୍ତି।

ମହାରାଷ୍ଟ୍ର ପାଇଁ କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କୁ ପ୍ରଭାରୀ ଓ ଅଶ୍ବିନୀ ବୈଷ୍ଣବଙ୍କୁ ସହ ପ୍ରଭାରୀ ନିଯୁକ୍ତି ଦିଆଯାଇଛି। ସେହିପରି ହରିୟାଣା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଭାରୀ ଓ ପୂର୍ବ ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କୁ ସହ ପ୍ରଭାରୀ ନିଯୁକ୍ତି ଦିଆଯାଇଛି।

ଅନ୍ୟପକ୍ଷରେ ଝାଡଖଣ୍ଡ ଲାଗି କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଓ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଏବଂ ଜମ୍ମୁ ଓ କଶ୍ନୀର ପାଇଁ କେନ୍ଦ୍ରମନ୍ତ୍ରୀ ଜି କିଷନ ରେଡ୍ଡୀଙ୍କୁ ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇଛି।

Leave A Reply

Your email address will not be published.