ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏକ୍ସପ୍ରେସକୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌ : ୧୫ ମୃତ

0

କୋଲକାତା: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦା ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି ମାଲବାହୀ ଟ୍ରେନ୍‌ ଟ୍ରାକ୍‌ରେ ଠିଆ ହୋଇଥିବା ଏକ୍ସପ୍ରେସକୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ଦୁଇଟି ପାସେଞ୍ଜର ଓ ଗୋଟିଏ ପାର୍ସଲ ବଗି ଭୟଙ୍କର କ୍ଷତିଗ୍ରସ୍ତ ହୋଇଛି।

ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌ ଏବଂ ୧୫ଟି ଆମ୍ବୁଲାନ୍ସ ପହଞ୍ଚିଛି। ଦୁର୍ଘଟଣା ପରେ ଏକ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ରେଳ ମନ୍ତ୍ରଣାଳୟ ଦୁର୍ଘଟଣା ଉପରେ ନିରନ୍ତର ନଜର ରଖିଛି। ମମତା ବାନାର୍ଜୀ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଦୁର୍ଘଟଣା ହେତୁ ଅଗରତାଲା-କୋଲକାତା ରେଳ ମାର୍ଗ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି।

ସୂଚନା ଅନୁସାରେ, ଆସାମର ସିଲଚରରୁ ‘କାଞ୍ଚନଜଙ୍ଗା ଏକ୍ସପ୍ରେସ’ ପଶ୍ଚିମବଙ୍ଗର ସିଆଲଦା ଅଭିମୁଖେ ଆସୁଥିଲା । ଆଜି ପୂର୍ବାହ୍ନ ପ୍ରାୟ ୯ ଟା ସମୟରେ କୌଣସି କାରଣରୁ ଟ୍ରେନଟି ନୂଆ ଜଲପାଇଗୁଡି ଷ୍ଟେସନରୁ କିଛି କି.ମି ଦୂରରେ ଟ୍ରାକରେ ଅଟକି ରହିଥିଲା । ସମାନ ଟ୍ରାକରେ ଦ୍ରୁତଗତିରେ ଆସୁଥିବା ଏକ ମାଲବାହୀ ଟ୍ରେନ ଏକ୍ସପ୍ରେସ ଟ୍ରେନକୁ ପଛପଟୁ ଧକ୍କା ଦେଇଥିଲା । ଏହା ସିଗ୍ନାଲିଂ ସିଷ୍ଟମରେ ତ୍ରୁଟି କାରଣରୁ ହୋଇଥିବା ନେଇ ପ୍ରାଥମିକ ଭାବେ ଜଣାପଡୁଛି । ଗୋଟିଏ ଟ୍ରାକରେ ଟ୍ରେନ ଅଟକି ରହିଥିବା ବେଳେ ସେହି ଟ୍ରାକରେ ଏକ ମାଲଗାଡି କେମିତି ଆସିଲା, ତାହା ରେଳବାଇ ସିଗ୍ନାଲିଂ ତ୍ରୁଟି ନା ମାଲଗାଡି ଲୋକୋ-ପାଇଲଟଙ୍କ ଅସବଧାନତା, ତାହା ଏବେ ତଦନ୍ତ ପରିସରରେ ରହିଛି ।

Leave A Reply

Your email address will not be published.