ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୩ ଦିନ ମଧ୍ୟରେ ଅଗ୍ରସର ହେବ ମୌସୁମୀ ବାୟୁ

0

ଭୁବନେଶ୍ବର: ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ର କିଛି ଜିଲ୍ଲା କୁ ଅଗ୍ରସର ହେବ। ସେହିପରି ଆଜି ଦକ୍ଷିଣ ଓଡ଼ିଶା ର କିଛି ଜିଲ୍ଲା ରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ରେ ଆସନ୍ତା ୪୮ ଘଣ୍ଟା ଯାଏଁ ଗୁଳୁଗୁଳି ର ପ୍ରଭାବ ରହିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ସାର୍ଥକ ମିଶ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ଅନେକ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ , ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ସେହିପରି ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, ଯାଜପୁର, କେଉଁଝର, ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଆସନ୍ତା ଜୁନ ମାସ ଶେଷ ସପ୍ତାହ ବେଳକୁ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.