ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୩ ଦିନ ମଧ୍ୟରେ ଅଗ୍ରସର ହେବ ମୌସୁମୀ ବାୟୁ

0

ଭୁବନେଶ୍ବର: ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ର କିଛି ଜିଲ୍ଲା କୁ ଅଗ୍ରସର ହେବ। ସେହିପରି ଆଜି ଦକ୍ଷିଣ ଓଡ଼ିଶା ର କିଛି ଜିଲ୍ଲା ରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ରେ ଆସନ୍ତା ୪୮ ଘଣ୍ଟା ଯାଏଁ ଗୁଳୁଗୁଳି ର ପ୍ରଭାବ ରହିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ସାର୍ଥକ ମିଶ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ଅନେକ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ , ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ସେହିପରି ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, ଯାଜପୁର, କେଉଁଝର, ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଆସନ୍ତା ଜୁନ ମାସ ଶେଷ ସପ୍ତାହ ବେଳକୁ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.