ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ୱାୟନାଡ଼ ଆସନ ଛାଡ଼ିଲେ ରାହୁଲ

0

ନୂଆଦିଲ୍ଲୀ: ୱାୟନାଡ଼ ଆସନ ଛାଡ଼ିଲେ ରାହୁଲ ଗାନ୍ଧି। ଗାନ୍ଧି ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ଼ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡ଼ଗେ ଓ କେ. ବେଣୁଗୋପାଳଙ୍କ ମଧ୍ୟରେ ଏକ ବୈଠକ ହୋଇଥିଲା। ପ୍ରିୟଙ୍କା ଗାନ୍ଧି ୱାୟନାଡ଼ ଆସନରୁ ଲଢ଼ିବେ। ଏଥର ଉଭୟ ରାଏବରେଲି ଓ ୱାୟନାଡ଼ ଆସନରୁ ବହୁତ ବଡ଼ ମାର୍ଜିନରେ ଜିତିଛନ୍ତି ରାହୁଲ ଗାନ୍ଧି।

ରାଜନୈତିକ ଦୃଷ୍ଟି କୋଣରୁ ଓ ଉତ୍ତର ପ୍ରଦେଶରେ କଂଗ୍ରେସର ଉତଥାନ ଦୃଷ୍ଟିରୁ ରାହୁଲ ରାଏବରେଲି ଆସନ ରଖିଛନ୍ତି। ୨୦୦୪ରୁ ୨୦୧୯ ଯାଏ ଏହି ଆସନରୁ ଜିତି ଆସୁଥିଲେ ସୋନିଆ ଗାନ୍ଧି। ଇନ୍ଦିରା ଗାନ୍ଧି ଓ ତାଙ୍କ ସ୍ୱାମୀ ଫିରୋଜ ଗାନ୍ଧି ମଧ୍ୟ ଏହି ଆସନରୁ ପାର୍ଲାମେଣ୍ଟକୁ ଯାଇଛନ୍ତି। ୨୦୧୯ରେ ରାହୁଲ ଆମେଠି ଆସନରୁ ପରାଜିତ ହୋଇଥିଲେ ମଧ୍ୟ ୱାୟନାଡ଼ ଆସନରୁ ଜିତିଥିଲେ। ତେଣୁ ଏହି ଆସନର ବି ବେଶ୍ ଗୁରୁତ୍ଵ ରହିଛି। ତେଣୁ ୱାୟନାଡ଼ରେ ଭୋଟ ସରିବା ପରେ ହିଁ କଂଗ୍ରେସ ଘୋଷଣା କରିଥିଲା ଯେ, ରାହୁଲ ରାଏବରେଲିରୁ ମଧ୍ୟ ଲଢ଼ିବେ। ତେଣୁ କେଉଁ ଆସନ ରଖିବେ, କେଉଁ ଆସନ ଛାଡ଼ିବେ, ତାକୁ ନେଇ କିଛି ଦିନ ହେବ ଚର୍ଚ୍ଚା ଲାଗିରହିଥିଲା।

Leave A Reply

Your email address will not be published.