ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜିଲ୍ଲାପାଳମାନେ ନେବେ ସ୍କୁଲ ଛୁଟି ନିଷ୍ପତ୍ତି : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତାକାଲି ସରୁଛି ଖରାଛୁଟି। ଯାହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ଆସନ୍ତାକାଲି ସମଗ୍ର ରାଜ୍ୟରେ ସ୍କୁଲ ଖୋଲିବା ପାଇଁ ପୂର୍ବରୁ ନିଷ୍ପତ୍ତି ନେଇଥିଲେ। ସେଥିପାଇଁ ପ୍ରସ୍ତୁତି କରାଯାଇଥିଲା। ହେଲେ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ନେଇ ଚିନ୍ତାରେ ସ୍କୁଲ ଓ ଗଣ ଶିକ୍ଷାବିଭାଗ। ଶେଷରେ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ବଦଳାଇଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଆସନ୍ତାକାଲି ଠାରୁ କିଛି ଜିଲ୍ଲାର ବିଦ୍ୟାଳୟଗୁଡ଼ିକ ଖୋଲିବ। ପ୍ରଥମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯାଇପାରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମକୁ ଏହା କହିଛନ୍ତି।

ଶ୍ରୀ ଗଣ୍ଡ କହିଛନ୍ତି ଯେ, ଯେଉଁଠି ପାଗ ଅନୁକୂଳ ଥିବ, ‌ସେଠାରେ ସକାଳ ସାଢ଼େ ୬ରୁ ସାଢ଼େ ୧୦ ଯାଏଁ ବିଦ୍ୟାଳୟ ଖୋଲାଯାଇପାରିବ। ଆସନ୍ତା ୨୦ ତାରିଖ ଯାଏ ଏହି ନିଷ୍ପତ୍ତି ବଳବତ୍ତର ରହିବ। ଅନ୍ୟପଟରେ ଜିଲ୍ଲାର ପାଗକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ଏସଂକ୍ରାନ୍ତରେ ନିଷ୍ପତ୍ତି ନେବେ। ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।

ତେବେ ଗ୍ରୀଷ୍ମ ଲହରି ଜାରି ଥିବାରୁ ଗଞ୍ଜାମ, ଭଦ୍ରକ, ସୁବର୍ଣ୍ଣପୁର ଓ ବରଗଡ଼ ଜିଲ୍ଲାରେ ଆସନ୍ତା ତିନି ଦିନ ସ୍କୁଲ ଛୁଟି ଘୋଷଣା ହୋଇଛି। ଅର୍ଥାତ ଜୁନ୍‌ ୧୮ରୁ ଏହି ୪ ଜିଲ୍ଲାରେ ସ୍କୁଲ ଖୋଲିବ ନାହିଁ। ଏଠାକାର ଜିଲ୍ଲାପାଳମାନେ ୨୦ ତାରିଖ ଯାଏଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବାଲେଶ୍ୱରରେ ଆସନ୍ତାକାଲି ଦିନକ ପାଇଁ ସ୍କୁଲ ଛୁଟି ରହିବ। ୧୯ ତାରିଖରୁ ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ କ୍ଲାସ୍ ହେବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ଜଗତସିଂହପୁର, ଦେବଗଡ, ନବରଙ୍ଗପୁର ଏବଂ ଅନୁଗୁଳରେ ଆସନ୍ତାକାଲିଠାରୁ ସକାଳୁଆ ସ୍କୁଲ ଖୋଲିବ। ଏନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇଛନ୍ତି। ସେହିପରି କେନ୍ଦୁଝର, ଦେବଗଡ଼, ଜଗତସିଂହପୁର, ଅନୁଗୁଳରେ ମଧ୍ୟ ସକାଳୁ ସାଢ଼େ ୬ଟାରୁ ସାଢ଼େ ୧୦ଟା ଯାଏଁ ସ୍କୁଲ ଚାଲିବ।

Leave A Reply

Your email address will not be published.