ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଡିପଥେରିଆ ପାଇଁ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ୍

0

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ଏହି ରୋଗ। କମ ଦିନ ଭିତରେ ବିସ୍ତାରି ଗଲାଣି ଏହି ରୋଗ।ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି ରୋଗ ମାଡ଼ି ଗଲାଣି। ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ଚିହ୍ନଟ ହୋଇଥିବାବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ମାଡ଼ିଥିବା ଡେପଥେରିଆକୁ ରୋକିବାକୁ ଉଦ୍ୟମ ଆରମ୍ଭ କରିଛି ସ୍ୱାସ୍ଥ୍ୟ ବିଭାଗ। ଏଥିସହ ସଂକ୍ରମଣର କାରଣ ଖୋଜିବାକୁ ମଧ୍ୟ ଚେଷ୍ଟା କରାଯାଉଛି।

ଧୀରେଧୀରେ ସଂକ୍ରମଣ ବ୍ୟାପୁଥିବାରୁ ଆଜିଠାରୁ ରାୟଗଡ଼ା କାଶୀପୁର ବ୍ଲକରେ ଆରମ୍ଭ ହୋଇଛି ଡିପଥେରିଆ ବୁଷ୍ଟର ଡୋଜ ଟିକାକରଣ। ମୁନୁଷପଦର ସମେତ ଅନ୍ୟ ୫ଟି ଗାଁରେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ଟିମ ଟିକାକରଣ କରୁଛି। ଆଦୌ ଡିପଥେରିଆ ଟିକା ନେଇ ନଥିବା ଶିଶୁଙ୍କୁ ଚିହ୍ନଟ କରାଯାଇ ଟିକା ଦିଆଯିବା ସହ ଅନ୍ୟ ବର୍ଗ ଲୋକଙ୍କୁ ବୁଷ୍ଟର ଡୋଜ ଦିଆଯାଉଛି।

ସ୍ୱାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶରେ ଡିପଥେରିଆ ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଆଜିଠୁ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆରମ୍ଭ ହେବ ବୁଷ୍ଟର ଡୋଜ୍ ଟିକାକରଣ। ୧ ବର୍ଷରୁ କମ୍ ବୟସର ଶିଶୁଙ୍କୁ ପେଣ୍ଟା ଡୋଜ୍ ଓ ୫ ବର୍ଷରୁ ୧୫ ବର୍ଷ ବୟସ୍କଙ୍କୁ ଟିଡି ଟିକା ଦିଆଯିବ। ଡିପଥେରିଆ ରାୟଗଡ଼ା ଡେଇଁ କୋରାପୁଟ ଓ କଳାହାଣ୍ଡିକୁ ବ୍ୟାପିବା ପରେ ଚିନ୍ତାରେ ଅଛନ୍ତି ସରକାର। ଗତକାଲି କଳାହାଣ୍ଡି ରୁ ୪-୫ ଜଣ ସନ୍ଦିଗ୍ଧ ଡିପଥେରିଆ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ନମୁନା ପରୀକ୍ଷା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଆରଏମଆରସି କୁ ପଠାଯାଇଛି। ସଂକ୍ରମିତ ଅଞ୍ଚଳବାସୀଙ୍କୁ ମାସ୍କ ପିନ୍ଧିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.