ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଡିପଥେରିଆ ପାଇଁ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ୍

0

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ଏହି ରୋଗ। କମ ଦିନ ଭିତରେ ବିସ୍ତାରି ଗଲାଣି ଏହି ରୋଗ।ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି ରୋଗ ମାଡ଼ି ଗଲାଣି। ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ଚିହ୍ନଟ ହୋଇଥିବାବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ମାଡ଼ିଥିବା ଡେପଥେରିଆକୁ ରୋକିବାକୁ ଉଦ୍ୟମ ଆରମ୍ଭ କରିଛି ସ୍ୱାସ୍ଥ୍ୟ ବିଭାଗ। ଏଥିସହ ସଂକ୍ରମଣର କାରଣ ଖୋଜିବାକୁ ମଧ୍ୟ ଚେଷ୍ଟା କରାଯାଉଛି।

ଧୀରେଧୀରେ ସଂକ୍ରମଣ ବ୍ୟାପୁଥିବାରୁ ଆଜିଠାରୁ ରାୟଗଡ଼ା କାଶୀପୁର ବ୍ଲକରେ ଆରମ୍ଭ ହୋଇଛି ଡିପଥେରିଆ ବୁଷ୍ଟର ଡୋଜ ଟିକାକରଣ। ମୁନୁଷପଦର ସମେତ ଅନ୍ୟ ୫ଟି ଗାଁରେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ଟିମ ଟିକାକରଣ କରୁଛି। ଆଦୌ ଡିପଥେରିଆ ଟିକା ନେଇ ନଥିବା ଶିଶୁଙ୍କୁ ଚିହ୍ନଟ କରାଯାଇ ଟିକା ଦିଆଯିବା ସହ ଅନ୍ୟ ବର୍ଗ ଲୋକଙ୍କୁ ବୁଷ୍ଟର ଡୋଜ ଦିଆଯାଉଛି।

ସ୍ୱାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶରେ ଡିପଥେରିଆ ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଆଜିଠୁ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆରମ୍ଭ ହେବ ବୁଷ୍ଟର ଡୋଜ୍ ଟିକାକରଣ। ୧ ବର୍ଷରୁ କମ୍ ବୟସର ଶିଶୁଙ୍କୁ ପେଣ୍ଟା ଡୋଜ୍ ଓ ୫ ବର୍ଷରୁ ୧୫ ବର୍ଷ ବୟସ୍କଙ୍କୁ ଟିଡି ଟିକା ଦିଆଯିବ। ଡିପଥେରିଆ ରାୟଗଡ଼ା ଡେଇଁ କୋରାପୁଟ ଓ କଳାହାଣ୍ଡିକୁ ବ୍ୟାପିବା ପରେ ଚିନ୍ତାରେ ଅଛନ୍ତି ସରକାର। ଗତକାଲି କଳାହାଣ୍ଡି ରୁ ୪-୫ ଜଣ ସନ୍ଦିଗ୍ଧ ଡିପଥେରିଆ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ନମୁନା ପରୀକ୍ଷା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଆରଏମଆରସି କୁ ପଠାଯାଇଛି। ସଂକ୍ରମିତ ଅଞ୍ଚଳବାସୀଙ୍କୁ ମାସ୍କ ପିନ୍ଧିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.