ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ବାଲେଶ୍ୱରରେ ୪ଘଣ୍ଟା କର୍ଫ୍ୟୁ କୋହଳ

0

ବାଲେଶ୍ବର: ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ସରିଲା ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା ବୈଠକ। ବୈଠକରେ ନିଷ୍ପତି କ୍ରମେ, ଆସନ୍ତାକାଲି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କୋହଳ ହେବ କର୍ଫ୍ୟୁ। କେବଳ ଲିଜ୍ ଲାଇନ ଥିବା ଲୋକଙ୍କୁ ମିଳିବ ଇଣ୍ଟରନେଟ ସେବା। ଆଇନ ଶୃଙ୍ଖଳା ରକ୍ଷା ପାଇଁ ବାଲେଶ୍ୱରରେ ପହଞ୍ଚିଲେ ଗୋଟିଏ କମ୍ପାନୀ ବିଏସଏଫ୍। ଆଉ ୫ କମ୍ପାନୀ ବିଏସଏଫ ବାଲେଶ୍ୱରରେ ପହଞ୍ଚିବ। ଆସନ୍ତା ଦୁଇଦିନ ପାଇଁ ବାଲେଶ୍ୱର ସହରର ସମସ୍ତ ସ୍କୁଲ୍, କଲେଜ,ଅଙ୍ଗନୱାଡୀ କେନ୍ଦ୍ର ବନ୍ଦ ରହିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ।

Leave A Reply

Your email address will not be published.