ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ବାଲେଶ୍ୱରରେ କର୍ଫ୍ୟୁ ସହ ଇଣ୍ଟରନେଟ ସେବା ବନ୍ଦ

0

ବାଲେଶ୍ୱର : ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପଡିଛି ବାଲେଶ୍ୱର । ଶାନ୍ତି ଫେରାଇ ଆଣିବାକୁ କର୍ଫ୍ୟୁ ଲାଗୁ କରାଯାଇଛି । ଆଜି ଅପରାହ୍ନରୁ ଇଣ୍ଟରନେଟ ସେବା ମଧ୍ୟ ବନ୍ଦ ହୋଇଛି । ବାଲେଶ୍ୱର ପୌରପାଳିକା ଅଞ୍ଚଳରେ ଦୁଇଦିନ ପାଇଁ କର୍ଫ୍ୟୁ ଲାଗୁ କରିଛି ପ୍ରଶାସନ । ଦୁଇ ଦିନ ପର୍ଯ୍ୟନ୍ତ ବଜାରରେ ଦୋକାନ ନଖୋଲିବାକୁ ନିର୍ଦ୍ଦେଶ ଦିଆୟାଇଛି । କେବଳ ଜରୁରୀକାଳୀନ ସେବାକୁ ଛାଡିଦେଲେ ସାଧାରଣ ଚଳ ପ୍ରଚଳ ଉପରେ ରୋକ ଲଗାଯାଇଛି । ଏବେ ପରିସ୍ଥିତି ନିୟନ୍ତ୍ରଣରେ ଥିବା ବେଳେ ଲୋକମାନଙ୍କୁ ସହଯୋଗ କରିବା ସହ ଘରେ ରହିବା ପାଇଁ ଅନୁରୋଧ କରାଯାଇଛି । ଓଟି ରୋଡ଼କୁ ସଂଯୋଗ କରୁଥିବା ବିଭିନ୍ନ ପ୍ରବେଶ ପଥ ସିଲ କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ସେଣ୍ଟ୍ରାଲ ଆର୍ମ ଫୋର୍ସ ନିୟୋଜିତ କରାଯାଇଛି । ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି

ସୂଚନା ଅନୁସାରେ : ଗଣ୍ଡଗୋଳରେ ଜଡ଼ିତ ଥିବା ଲୋକଙ୍କ ମଧ୍ୟରୁ ୩୪ ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଜାରି ରଖିଛି । ତଥ୍ୟ ପ୍ରମାଣ ଆଧାରରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ୭ ଟି ମାମଲା ରୁଜୁ ହୋଇଛି ଏବଂ ଆହୁରି ମାମଲା ବଢିବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି । ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ୪୦ ପ୍ଲାଟୁନ ଫୋର୍ସ ମୁତୟନ ଅଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଧିକ ଫୋର୍ସ ମୁତୟନ ହେବ ବୋଲି ଏସପି କହିଛନ୍ତି । ବାଲେଶ୍ଵର ସହରବାସୀ ଶାନ୍ତି ବଜାୟ ରଖନ୍ତୁ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

Leave A Reply

Your email address will not be published.