ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଡିପଥେରିଆ ପାଇଁ କଣ କରିବାକୁ ହେବ, ଡାକ୍ତର ଦେଲେ ପରାମର୍ଶ

0

ଭୁବନେଶ୍ବର: ଓଡ଼ିଶାର କିଛି ଜିଲ୍ଲାରେ ଏବେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଜଣେ ଗୁରୁତର ଅଛନ୍ତି ।

ତେବେ ରାୟଗଡାରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, କୋରାପୁଟ ବନ୍ଧୁଗାଁରୁ ଜଣେ, କଳାହାଣ୍ଡିରୁ ୪ ରୁ ୫ ଜଣ ସନ୍ଦିଗ୍ଧ ଡିପଥେରିଆ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ନମୁନା ପରୀକ୍ଷା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଆରଏମଆରସିକୁ ପଠାଯାଇଛି । କାଲିଠାରୁ ଦିଆଯିବ ଡିପଥେରିଆ ବୁଷ୍ଟର ଡୋଜ ଟୀକା । ରାୟଗଡ଼ା ସମେତ ଏହାର ଆଖପାଖ ଜିଲ୍ଲାକୁ ବ୍ୟାପିଥିବା ଡିପଥେରିଆ ସଂକ୍ରମଣକୁ ନେଇ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ ।

କୋରାପୁଟ ବନ୍ଧୁଗାଁରୁ ଚିହ୍ନଟ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଏକ ସ୍ୱତନ୍ତ୍ର ଟିମ୍‌ ତାଙ୍କ ସ୍ୱାସ୍ଥ୍ୟବସ୍ଥା ମନିଟର କରୁଛି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । କଳାହାଣ୍ଡିର ସଂକ୍ରମିତଙ୍କୁ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ରାୟଗଡ଼ାରେ ସ୍ଥିତି ଏବେ ସ୍ଥିର ରହିଛି ।

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି ଆଣ୍ଟିବାୟୋଟିକ ଦ୍ୱାରା ଏହି ସଂକ୍ରମଣକୁ ମୂଳପୋଛ କରାଯାଇପାରିବ । ଯେହେତୁ ଏହା ବାୟୁବାହିତ ରୋଗ, ତେଣୁ ଲୋକମାନେ ମାସ୍କ ପିନ୍ଧନ୍ତୁ । ଅନ୍ୟପଟେ, ଡିପଥେରିଆ ମୁକାବିଲା ପାଇଁ ଆସନ୍ତାକାଲିଠୁ ଦିଆଯିବ ବୁଷ୍ଟର ଡୋଜ୍ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡା. ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏକ ବର୍ଷର ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯିବ ସେହିପରି ୫ ରୁ ୧୫ ବର୍ଷଙ୍କୁ ଟିଡି ଡୋଜ୍ ଦିଆଯିବ । ସର୍ଭେଲାନ୍ସ ଚାଲିଛି, ଲକ୍ଷଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଉଛି । ସର୍ଭେଲାନ୍ସ ସରିବା ପରେ ସଂକ୍ରମଣ ଅଞ୍ଚଳରେ ବୁଷ୍ଟର ଡୋଜ ଦିଆଯିବ ।

Leave A Reply

Your email address will not be published.