ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ନୂଆ ଫର୍ମୁଲା ଦେଲେ ମନ୍ତ୍ରୀ

0

ଭୁବନେଶ୍ବର: ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀମାନଙ୍କୁ ସୋସିଆଲ ମିଡିଆ ‘ଏକ୍ସ’ରେ ଆକାଉଣ୍ଟ ଖୋଲିବାକୁ ନିର୍ଦ୍ଦେଶ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟଠାରୁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପର୍ଯ୍ୟନ୍ତ ସମସ୍ତ ସ୍ୱାସ୍ଥ୍ୟ ଅଧିକାରୀ ‘ଏକ୍ସ’ ଆକାଉଣ୍ଟ କାର୍ଯ୍ୟକ୍ଷମ କରି ‘ଏକ୍ସ’ରେ ଆସୁଥିବା ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛି ବୋଲି ମନ୍ତ୍ରୀ ମଧ୍ୟ ନିଜ ‘ଏକ୍ସ’ ଅକାଉଣ୍ଟରେ ପୋଷ୍ଟ କରି ଜଣାଇଛନ୍ତି।

ପ୍ରକାଶ ଯେ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ମଙ୍ଗଳବାର ବିଭାଗ ପକ୍ଷରୁ ସଚିବ ଶାଳିନୀ ପଣ୍ଡିତଙ୍କ ସମେତ ବିଭାଗୀୟ ଅଧିକାରୀମାନେ ସ୍ୱାଗତ କରିଛନ୍ତି। ଏହି ଅବସରରେ ସଚିବ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଯୋଜନା ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଡକାଇ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରୋଗୀମାନଙ୍କୁ ଉତ୍ତମ ବ୍ୟବହାର ଓ ସେବା ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସେପଟେ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ବିଭାଗ ପକ୍ଷରୁ ମଙ୍ଗଳବାର ସଚିବ ଶାଳିନୀ ପଣ୍ଡିତ ସମସ୍ତ ଜିଲା ଚିକତ୍ସାଧିକାରୀ, ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ରାଉରକେଲା ଆର୍‌ଜିଏଚ୍‌ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଅଫିସିଆଲ ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟ ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଡିଏଚ୍‌ଏଚ୍‌, ଏସ୍‌ଡିଏଚ୍‌, ସିଏଚ୍‌ସି ଏବଂ ପିଏଚ୍‌ସିଗୁଡ଼ିକରେ ଏହି ଆକାଉଣ୍ଟ ଖୋଲିବା ପାଇଁ କୁହାଯାଇଛି ।

Leave A Reply

Your email address will not be published.