ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ପୁଣି ମୁଣ୍ଡ ନେଲା ରାଜଧାନୀର ମୁକୁଳ ଡ୍ରେନ୍

0

ଭୁବନେଶ୍ବର: ଡ୍ରେନରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍‌ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଆଜି ରାଜଧାନୀର ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକସନ୍ତପ୍ତ ପରିବାରକୁ ସେ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ସହ ଯଥାଶୀଘ୍ର ଡ୍ରେନ୍‌ ମରାମତି କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ଆଜି ରାଜଧାନୀ ୟୁନିଟ-୩ ମସଜିଦ କଲୋନୀ ନିକଟରେ ଥିବା ମୁକୁଳା ଡ୍ରେନ୍‌ରେ ୮ ବର୍ଷର ନାବାଳକ ଏସକେ ରାଜେଶ ଭାସି ଯାଇଥିଲେ । ପରିବାର ଲୋକ ଖୋଜାଖୋଜି କରିବା ପରେ ବି ପାଇନଥିଲେ । ଏହାପରେ ଓଡ୍ରାଫ ଟିମ୍ ରେସ୍କ୍ୟୁ ଅପରେସନ ଆରମ୍ଭ କରିଥିଲେ । ପରେ ବାଳକକୁ ଓସ୍କାର ସିଟି ପାଖରୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Leave A Reply

Your email address will not be published.